ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ । ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି । ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ । ତଥ୍ୟ ଆସିବା ପରେ ପୁଣି ଥରେ ଶୁଣାଣି ହେବ ବୋଲି ସୂଚନା ରହିଛି ।
ସେପଟେ ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଯାଜପୁର ଟାଉନ ଥାନାରେ ପହଞ୍ଚି ସିସିଟିଭି ଫୁଟେଜ୍ ଯାଞ୍ଚ କରିବାପରେ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ପହଞ୍ଚିଛନ୍ତି ଟିମ୍ । ବିଧାୟକଙ୍କୁ ଆକ୍ରମଣରେ ଗିରଫ ହୋଇଥିବା ୧୪ ଜଣ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଏହା ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ମଧ୍ୟ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଢ଼ାଘାଟ ଠାରେ ଆକ୍ରମଣ ଘଟଣାକୁ କେନ୍ଦ୍ର କରି ଯାଜପୁର ସହରରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ୨୧ ତାରିଖରେ ମା’ ବିରଜା ହାଟ ପୁନଃ ଅବସ୍ଥାନକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହାକୁ କେନ୍ଦ୍ର କରି ସିଂହପୁର-ଯାଜପୁର ରାସ୍ତାକୁ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ କିଛି ଲୋକେ । ଏହି ଘଟଣାରେ ଯାଜପୁର ସଦର ଥାନା ପୁଲିସ ଓ ଯାଜପୁର ଟାଉନ ପୁଲିସ ୧୭ଟି ମାମଲା ରୁଜୁ କରି ୧୯ ଜଣଙ୍କୁ ଗିରଫ କରିଛି ।