Latest Odisha News

ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି

ଭୁବନେଶ୍ବର: ୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି ଶୀଘ୍ର ପୂରା କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଏହା କହିଛନ୍ତି।

ସେ ଆହୁରି କହିଛନ୍ତି, ୪ ବର୍ଷ ହେଲା ଯେଉଁମାନେ ଗୃହରକ୍ଷୀ ହେବାକୁ ଆଶା ରଖିଥିଲେ ଇଚ୍ଛା ଥିଲେ ମଧ୍ୟ ସେମାନେ କଟକଣା ପାଇଁ ଆଗକୁ ବଢ଼ିପାରୁ ନଥିଲେ। ସେବା କ୍ଷେତ୍ରରେ ଗୃହରକ୍ଷୀମାନଙ୍କର ମଧ୍ୟ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ୨୪୧୬ ଗୃହରକ୍ଷୀ ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ଏଥି ପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।  ସରକାରୀ ପଦବି ଯାହା ଖାଲି ରହିଛି, ତାକୁ ପୂରଣ କରାଯିବ।

ନିଯୁକ୍ତି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ଭୁବନେଶ୍ବର ଏକାମ୍ର ବିଧାୟକ ବାବୁ ସିଂ ଓ ଅଗ୍ନିସେବା ଡିଜି ସୁଧାଂଶୁ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.