ଭୁବନେଶ୍ବର: ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ମିଳିବ ଇଣ୍ଟରନେଟ ସେବା । ଏଥିପାଇଁ ଟାସ୍କଫୋର୍ସ ଗଠନ ହୋଇଛି । ଖୁବଶୀଘ୍ର ଟାସ୍କ ଫୋର୍ସ ତାର କାମ ଆରମ୍ଭ କରିବା ନେଇ ଗୃହରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ଏନେଇ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ ଟି ମୋବାଇଲ ଟାୱାର ଅଛି । ସେଥିରୁ ୧୨ ହଜାର ୬୦୨ଟି ଫାଇଭ୍-ଜି ଟାୱାର ରହିଛି । ଅଧିକ ଫାଇଭଜି ଟାୱାର ଅପଗ୍ରେଡ଼ କରାଯାଉଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ଯେଉଁ ଯେଉଁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହୋଇନାହିଁ, ସେ ସବୁ ଗାଁକୁ ଇଣ୍ଟରନେଟ ସେବା ପହଞ୍ଚାଇବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ଇଣ୍ଟେରନେଟ ସମସ୍ୟା ଦୂର କରିବାକୁ ଜିଲ୍ଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି । ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଏହି ଟାସ୍କ ଫୋର୍ସ କାମ କରିବ ବୋଲି ଉତ୍ତର ରଖିଛନ୍ତି ମନ୍ତ୍ରୀ ।
ଏଥିସହିତ ପାହାଡ଼ିଆ ଅଞ୍ଚଳରେ ଟାୱାର ସଂଯୋଗୀକରଣ ହୋଇପାରିନାହିଁ । ମୋହନ ସରକାର ଆସିବା ପରେ ଏନେଇ ପଦକ୍ଷେପମାନ ନିଆଯାଉଛି । ଖୁବଶୀଘ୍ର ମୋବାଇଲ ଓ ଇଣ୍ଟରନେଟ୍ ସେବା ମିଳିବ ବୋଲି ଗୃହରେ ମନ୍ତବ୍ୟ ରଖିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ ।