ଭୁବନେଶ୍ଵର: ପ୍ରୟାଗରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପକ୍ଷରୁ ମୋହନ ମାଝୀଙ୍କୁ ନିମନ୍ତ୍ରଣ । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଯାଇ ନିମନ୍ତ୍ରଣ ଦେଲେ ଉତ୍ତରପ୍ରଦେଶର ୨ ମନ୍ତ୍ରୀ । ଜାନୁଆରୀ ୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଚାଲିବ ପ୍ରୟାଗରାଜ ମହାକୁମ୍ଭ ।
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହା କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି। ଗତକାଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଶ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସତୀଶ ଚନ୍ଦ୍ର ଶର୍ମା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ତାଙ୍କ ବାସ ଭବନରେ ଭେଟି ମହାକୁମ୍ଭ ରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ଦେଇଥିଲେ। ଗଙ୍ଗା ଜଳରେ ପରିପୂର୍ଣ୍ଣ ଏକ ଶୁଭ କଳସ ଏବଂ ମହାକୁମ୍ଭର ଏକ ଲୋଗୋ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଦେଇ ମହାକୁମ୍ଭରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ । ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ଶ୍ରୀ ସୂରଜ୍ ସୂର୍ଯ୍ୟବଂଶୀ ଉପସ୍ଥିତ ଥିଲେ।
Comments are closed.