Latest Odisha News

BREAKING NEWS

ଓଡ଼ିଶାର ୨ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟର କଟକ ଏବଂ ରାୟଗଡା ଜିଲ୍ଲାରେ ଦୁଇଟି ପ୍ରମୁଖ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ଟଙ୍କା ମଞ୍ଜୁର କରିଛି ମନ୍ତ୍ରଣାଳୟ । ଏହି ପଦକ୍ଷେପ ଭାରତୀୟ ରେଳର ଭିତ୍ତିଭୂମି ସୁଦୃଢ କରିବ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ଗତ ଓଡିଶା ଗସ୍ତ ସମୟରେ ଓଡିଶାରେ ଏହି ରେଳ ଭିତ୍ତିଭୂମି ପ୍ରକଳ୍ପର ମଞ୍ଜୁରୀ ବିଷୟରେ ଉଲ୍ଲେଖ କରିଥିଲେ ।

ରେଳବାଇ ଏହାର ବ୍ୟାପକ ଶକ୍ତି, ମିନେରାଲ୍ ଆଣ୍ଡ ସିମେଣ୍ଟ କରିଡର ଯୋଜନାର ଏକ ଅଂଶ ଭାବରେ ଦୁଇଟି ଫ୍ଲାଏଓଭର ନିର୍ମାଣ ପାଇଁ ଏହି ମଞ୍ଜୁର କରିଛି, ଯାହା ରେଳ ଚଳାଚଳର ଉନ୍ନତି ତଥା ପ୍ରମୁଖ ରେଳ ଲାଇନଗୁଡିକରେ ଯାତାୟାତରେ ଅସୁବିଧା ଦୂର କରିବାକୁ ଲକ୍ଷ୍ୟ ରଖିଛି ।

ଏହି ପ୍ରକଳ୍ପରେ କଟକ ଜିଲ୍ଲାର ରାଜଆଠଗଡ଼, ରାଧାକିଶୋରପୁର ଏବଂ ମାଛପୁର ରେଳ ଷ୍ଟେସନକୁ ସଂଯୋଗ କରୁଥିବା ୧୦.୮୯ କିଲୋମିଟର ରେଳ ଫ୍ଲାଏ ଓଭର ନିର୍ମାଣ ଅନ୍ତର୍ଭୁକ୍ତ । ଏହି ଭିତ୍ତିଭୂମି କ୍ରସ୍ ଟ୍ରାଫିକ୍ ଜନିତ ସମସ୍ୟାକୁ ଦୂରକାରୀ ଏକକାଳୀନ ଟ୍ରେନ୍ ଚଳାଚଳକୁ ସୁଗମ କରି କାର୍ଯ୍ୟକ୍ଷମ ସହ କ୍ଷମତା ବୃଦ୍ଧି କରିବ । ଏହି ପ୍ରକଳ୍ପ ପାଇଁ ମୋଟ ମୂଲ୍ୟ ୨୬୮.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସେହିପରି, ରାୟଗଡା ଜିଲ୍ଲାର ସିଙ୍ଗାପୁର ରୋଡ ଷ୍ଟେସନରେ ୫.୫୦ କିଲୋମିଟର ଦୈର୍ଘ୍ୟ ରେଳ ଫ୍ଲାଏ ଓଭର ନିର୍ମାଣ ହେବ, ଯାହା ରାୟପୁର-ବିଜୟନଗରମ ରେଳ ଲାଇନରେ ଟ୍ରାଫିକ ସମସ୍ୟାକୁ ଦୂର କରିବ। ଏହି ବିକାଶ ସିଙ୍ଗାପୁର ରୋଡ଼ ଷ୍ଟେସନ ସହ ପାର୍ଶ୍ଵବର୍ତ୍ତୀ ଷ୍ଟେସନରେ ନିରବଚ୍ଛିନ୍ନ ଟ୍ରେନ୍ ଚଳାଚଳ ପାଇଁ ଅନୁମତି ଦେବ, କ୍ରସ୍ ଟ୍ରାଫିକ୍ କାରଣରୁ ସୃଷ୍ଟି ହେଉଥିବା ବିଳମ୍ବକୁ ଏଡାଇବ । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୩୯.୮୩ କୋଟି ଟଙ୍କା ଅଟେ ।

Comments are closed.