Latest Odisha News

BREAKING NEWS

ରାଜ୍ୟରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା: ୧୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଗତକାଲି ଠାରୁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଉଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୬ ତାରିଖ ଯାଏଁ ବର୍ଷା ଲାଗି ରହିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି । ଏଥିସହିତ ପାଖାପାଖି ୧୮ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।

ଜିଲ୍ଲାଗୁଡିକ ମଧ୍ୟରେ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଜଗତ୍ସିଂହପୁର, କେନ୍ଦ୍ରାପଡା, ସୋନପୁର, ସମ୍ବଲପୁର ରହିଛି । ଏଥିସହିତ ଉତ୍ତର ଓଡିଶା ସମେତ ନୂଆପଡା, ବଲାଙ୍ଗୀର, ସୋନପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି ।

ଫଳରେ ରାଜ୍ୟର ପ୍ରମୁଖ ନଦୀଗୁଡିକର ଜଳସ୍ତର ବଢିବା ସହିତ ବନ୍ୟା ହେବାର ଆଶଙ୍କାକୁ ଏଡାଇ ଦିଆଯାଇନପାରେ । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଦିଆଯିବା ସହ ଜରୁରିକାଳୀନ ପରିସ୍ଥିତିର ମୁକାବଲା ନିମନ୍ତେ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଡେପୁଟି ଏସଆରସି ସୂଚନା ଦେଇଛନ୍ତି ।

ସେପଟେ ୧୭ ତାରିଖ ବେଳକୁ ବର୍ଷାର ପରିମାଣ ଟିକେ କମିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ପୁଣି ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏପରି ହେଲେ ପୁଣିଥରେ ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ସାରା ଓଡିଶାରେ ବର୍ଷା ବଢିବା ନେଇ ଆକଳନ କରାଯାଉଛି । ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବି ମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ମଧ୍ୟ ସଜାଗ କରାଯାଇଛି ।

Leave A Reply

Your email address will not be published.