Latest Odisha News

BREAKING NEWS

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୨୧ ତାରିଖ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ଦୁଇ ଦିନ ବର୍ଷା ସମ୍ଭାବନା। ୨୧ ତାରିଖ ଯାଏ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆଜି ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଲାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହା ପରେ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ ହ୍ରାସ ଘଟିବ। ଫଳରେ ୨୨ ପରେ ପୁଣି ଥରେ ଶୀତ ଲେଉଟିବ। ଆଉ ବର୍ଷା ସମ୍ଭାବନା ନାହିଁ । ମାତ୍ର ବର୍ଷା କମିବା ପରେ ରାଜ୍ୟରେ ପୁଣି ଶୀତ ପ୍ରକୋପ ବଢ଼ିବ । ୩ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିପାରେ।

ସେପଟେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଲଘୁଚାପ ଉତ୍ତର ତାମିଲନାଡ଼ୁ ଏବଂ ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡ଼କୁ ମୁହାଁଇଛି । ପରେ ଶୁକ୍ରବାରଠାରୁ ଉତ୍ତର ଦିଗରେ ଗତି କରି ଆନ୍ଧ୍ର ଉପକୂଳ ଆଡ଼କୁ ମୁହାଁଇପାରେ । ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି ।

Leave A Reply

Your email address will not be published.