Latest Odisha News

BREAKING NEWS

ବଡଦିନକୁ ଫସର ଫଟେଇଲା ଝିପିଝିପି ବର୍ଷା, ବଢିବ ଶୀତ

ଭୁବନେଶ୍ଵର: ବଡଦିନକୁ ଫସର ଫଟେଇଲା ଝିପିଝିପି ବର୍ଷା । ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ଆଜି ପାଇଁ ଦକ୍ଷିଣ ଓଡିଶା ସମେତ ଉପକୂଳର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ସକାଳୁ ସକାଳୁ ଟ୍ୱିନ୍ ସିଟି ସହ ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ହାଲୁକା ବର୍ଷା । କୋହଲା ପାଗ ସହ ହାଲୁକା ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ।

ଦକ୍ଷିଣ ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଫଳରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି । ଆଜି ଦକ୍ଷିଣ ଓଡିଶା ସମେତ ଉପକୂଳର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେଥିପାଇଁ ୮ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାନିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର।

ସେପଟେ ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବାର ଆଶଙ୍କା ରହିଛି । ବର୍ଷା ପରେ ପରେ ରାଜ୍ୟରେ ପୁଣି ବଢିବ ଶୀତ । ଶୁକ୍ରବାର ଯାଏ ରାଜ୍ୟର ସବୁ ଅଞ୍ଚଳର ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ । ଶୁକ୍ରବାରଠାରୁ ପାରଦ ୨ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Comments are closed.