Latest Odisha News

BREAKING NEWS

ଆଜିଠୁ କମିବ ବର୍ଷା, ପୁଣି ବଢ଼ିବ କୁହୁଡି

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷ । ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। କେଉଁଠି ହାଲୁକା ତ କେଉଁଠି ମଧ୍ୟମ ଧରଣର ବର୍ଷା ହେଉଛି। ତେବେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ,ଗଜପତି, କେନ୍ଦ୍ରପଡ଼ା, ଜଗତସିଂହପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ତେବେ କାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। କାଲିଠୁ ବର୍ଷା ସଂପୂର୍ଣ୍ଣ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେବ। ଘନ କୁହୁଡ଼ି ନେଇ ଆଜି ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାର କିଛି ଅଞ୍ଚଳରେ ଘନ କୁହୁଡ଼ି ସମ୍ଭାବନା ରହିଛି।

Comments are closed.