Latest Odisha News

ଆଉ ମାତ୍ର କିଛି ସମୟ, ପଞ୍ଚଭୂତରେ ଲୀନ ହେବେ ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପଞ୍ଚଭୂତରେ ଲୀନ ହେବେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ଦିନ ୧୧ଟା ୪୫ ମିନିଟରେ ନିଗମବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷ କୃତ୍ୟ । ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନ୍ୟାନ୍ୟ କେନ୍ଦ୍ରମନ୍ତ୍ରୀମାନେ ।

ଏବେ ତାଙ୍କର ପାର୍ଥିବ ଶରୀର କଂଗ୍ରେସ ମୁଖ୍ୟାଳୟରେ ଶେଷ ଦର୍ଶନ ପାଇଁ ରଖାଯାଇଛି । ସକାଳ ୯.୩୦ ରେ ଏଆଇସିସି ମୁଖ୍ୟାଳୟରୁ ଶ୍ମଶାନ ପର୍ଯ୍ୟନ୍ତ ମନମୋହନ ସିଂହଙ୍କ ଅନ୍ତିମ ଯାତ୍ରା କରାଯିବ । ସେପଟେ ମନମୋହନ ସିଂହଙ୍କ ବିୟୋଗରେ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାରୁ ଆଜି ରାଷ୍ଟ୍ରପତି ଭବନରେ ‘ଚେଞ୍ଜ ଅଫ୍ ଗାର୍ଡ’ ଉତ୍ସବ ଅନୁଷ୍ଠିତ ହେବ ନାହିଁ। ସାତ ଦିନିଆ ରାଷ୍ଟ୍ରୀୟ ଶୋକ କାରଣରୁ ସାରା ଦେଶରେ ଜାତୀୟ ପତାକା ଅର୍ଦ୍ଧନମିତ ରହିଛି।

ଅନ୍ୟପଟେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ପରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ଚିଠି ଲେଖିଛନ୍ତି। ସେ ଲେଖିଛନ୍ତି ଯେ ତାଙ୍କ ସ୍ମୃତି ସ୍ମାରକୀ ସେହି ସ୍ଥାନରେ ନିର୍ମାଣ କରାଯିବା ଉଚିତ। ଯେଉଁଠାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଶେଷ ରୀତିନୀତି ଅନୁଷ୍ଠିତ ହେବ। ସେପଟେ କେସି ବେନୁଗୋପାଲ ଅଭିଯୋଗ କରିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ମାରକୀ ନିର୍ମାଣ ପାଇଁ ସରକାର ଜମି ଖୋଜି ପାଇ ନାହାଁନ୍ତି। ଏହା ଦେଶର ପ୍ରଥମ ଶିଖ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଅପମାନ।

Leave A Reply

Your email address will not be published.