ଭୁବନେଶ୍ବର: ବର୍ତ୍ତମାନ ଏକ ମାସ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି । ଏହି ଅବସରରେ ଆଜି ଲୋୟର ପିଏମଜିରେ ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ ସଚେତନତା ପଦଯାତ୍ରା ଲୋୟର ପିଏମଜିରୁ ବାହାରି ରାମ ମନ୍ଦିର ଯାଏଁ ଯାଇଥିଲା ।
ଏହି ଅବସରରେ ଟ୍ରାଫିକ ନିୟମ ପାଳନ ନେଇ ଶପଥପାଠ କରାଇଲେ ମୁଖ୍ୟମନ୍ତ୍ରୀ । ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ସଚେତନ କଲେ । ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଟ୍ରାଫିକ ସମସ୍ୟା ପାଇଁ ୨ ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ ବାହାରିବ । ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ । ଏହି ଅବସରରେ ଓଡ଼ିଶା ଯାତ୍ରୀ ଆପ୍ ର ମଧ୍ୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହି ସଚେତନତା ଅଭିଯାନ କାର୍ଯ୍ୟକ୍ରମ ପଦ ଯାତ୍ରାରେ ପରିବହନ ବିଭାଗ, ଏନସିସି କ୍ୟାଡେଟ, ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ, ଡ୍ରାଇଭର ଓ କଳାକାର ସାମିଲ ହୋଇଥିଲେ । କଳାକାରମାନେ ଚନ୍ଦ୍ରଗୁପ୍ତ ଏବଂ ଯମରାଜ ଭୂମିକାରେ ଅଭିନୟ କରି ଲୋକଙ୍କୁ ସଚେତନ କରାଉଥିବା ଦେଖିବାକୁ ମିଳିଥିଲା ।
Comments are closed.