Latest Odisha News

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଦେବେ ଯୋଗ

ଭୁବନେଶ୍ବର: ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେବାକୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦି । ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପହଞ୍ଚି ସ୍ବାଗତ କରିଛନ୍ତି ।

ଭୁବନେଶ୍ବରରେ ପହଞ୍ଚିବା ପରେ ସେ ରାଜଭବନ ଯାଇଛନ୍ତି। ସେଠାରେ ରାତ୍ରିଯାପନ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ କରିଛନ୍ତି । ବିମାନବନ୍ଦର ସମ୍ମୁଖ, କ୍ୟାପିଟାଲ ହସ୍‌ପିଟାଲ ସାମ୍ନା, ଏଜି ଛକ ଓ ରାଜଭବନ ଆଗରେ ଓଡ଼ିଶାର ସାଂସ୍କୃତିକ ତଥା ପାରଂପରିକ ଆଦିବାସୀ, ସମ୍ବଲପୁରୀ ନୃତ୍ୟ ଓ ବାଦ୍ୟ ସହିତ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ବାଗତ କରିଛନ୍ତି ।

୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ବୁଧବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଥିବାବେଳେ, ଗୁରୁବାର ମୁଖ୍ୟ ସମ୍ମିଳନୀର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିଛନ୍ତି ।

ସେହିଭଳି ୧୦ରେ ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଏଥିରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉଦ୍‌ଯାପନୀ ଉତ୍ସବରେ ପ୍ରବାସୀ ଭାରତୀୟ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯିବ । ଚଳିତ ଥର ୨୭ ଜଣ ବିଭୂତିଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ ।

 

Leave A Reply

Your email address will not be published.