ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମଗ୍ର କୋରାପୁଟ ଜିଲ୍ଲାରେ ଲୋକପ୍ରିୟତା ଅର୍ଜନ କରିଥିଲେ।
୧୯୯୦ ରୁ ୧୯୯୫ ପର୍ଯ୍ୟନ୍ତ କୋଟପାଡର ବିଧାୟକ ଭାବେ ନିର୍ବାଚିତ ହୋଇ ନିର୍ବାଚନ ମଣ୍ଡଳୀର ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ଗମନାଗମନ କ୍ଷେତ୍ରରେ ସେ ଅନେକ ପରିବର୍ତ୍ତନ ଆଣିଥିଲେ। ଅଞ୍ଚଳର ବିକାଶ ପାଇଁ ତାଙ୍କ ଯୋଗଦାନ ତାଙ୍କୁ ସବୁଦିନ ପାଇଁ ସ୍ମରଣୀୟ କରି ରଖିବ। ତାଙ୍କ ବିୟୋଗରେ କୋରାପୁଟ ଜିଲ୍ଲା ରାଜନୀତି କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।