Latest Odisha News

BREAKING NEWS

ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଅନବରତ ପ୍ରବଳ ବର୍ଷା ଲାଗି ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଉଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପାଖାପାଖି ଦକ୍ଷିଣ ଓ ପଶ୍ଚିମ ଜିଲ୍ଲାର ୫ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ନେଇ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ କୋରାପୁଟ, ମାଲକାନଗିରି, ବରଗଡ, ନୂଆପଡା ଓ ନବରଙ୍ଗପୁର ରହିଛି । ଫଳରେ ରାଜ୍ୟର ପ୍ରମୁଖ ନଦୀଗୁଡିକର ଜଳସ୍ତର ବଢିବା ସହିତ ବନ୍ୟା ହେବାର ଆଶଙ୍କାକୁ ଏଡାଇ ଦିଆଯାଇନପାରେ ।

ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଦିଆଯିବା ସହ ଜରୁରିକାଳୀନ ପରିସ୍ଥିତିର ମୁକାବଲା ନିମନ୍ତେ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଡେପୁଟି ଏସଆରସି ସୂଚନା ଦେଇଛନ୍ତି । ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବି ମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ମଧ୍ୟ ସଜାଗ କରାଯାଇଛି ।

Leave A Reply

Your email address will not be published.