Latest Odisha News

୧୭ରୁ ପୁଣି ଥରାଇବ ଶୀତ, ୨-୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଜାରି ରହିଛି । ଆଜି ଅର୍ଥାତ ବୁଧବାର ପାଇଁ କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତ୍ରୀ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ । ୧୭ ତାରିଖଠାରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ତାପମାତ୍ରା ।

ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ । ଫଳରେ ରାଜ୍ୟରେ ଅଧିକ ଶୀତ ଲହରୀ ଅନୁଭୁତ ହେବ ।

ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି ।

Leave A Reply

Your email address will not be published.