Latest Odisha News

BREAKING NEWS

ଗଠନ ହେଲା ଷଷ୍ଠ ଅର୍ଥ ଆୟୋଗ; ଅରୁଣ କୁମାର ପଣ୍ଡା ଅଧ୍ୟକ୍ଷ

ଭୁବନେଶ୍ବର: ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିଛନ୍ତି । ଏହାର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତ କରାଯାଇଛି ।

ସେହିପରି ସଦସ୍ୟ ଭାବେ ଏକ୍ସଆଇଏମବି ପ୍ରଫେସର ଅସିତ୍ ରଞ୍ଜନ ମହାନ୍ତି, ପୁଡୁଚେରୀ ବିଶ୍ୱବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ପ୍ରଫେସର ଅମରେଶ ସାମନ୍ତରାୟ, ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ(ଟିଆଇଏସଏସ)ର ଡଃ ବିଭୂପ୍ରସାଦ ନାୟକ ଏବଂ ସଦସ୍ୟ ସଚିବ ଭାବେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଡଃ ସତ୍ୟପ୍ରିୟ ରଥଙ୍କୁ ସାମିଲ କରାଯାଇଛି ।

ଆୟୋଗଙ୍କ କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠୁ ଅର୍ଥାତ୍ ଆଜିଠୁ ୬ମାସ କାର୍ଯ୍ୟ କରିବେ । ଶ୍ରୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ଆୟୋଗ ୨୦୨୬ ଏପ୍ରିଲ ପହିଲାରୁ ପରବର୍ତ୍ତୀ ୫ ବର୍ଷ ପାଇଁ ରାଜ୍ୟର ଆର୍ଥିକ ରିପୋର୍ଟ ପ୍ରସ୍ତୁତ କରି ସରକାରଙ୍କୁ ସୁପାରିଶ କରିବେ । ସଦସ୍ୟ ସଚିବଙ୍କ ବ୍ୟତୀତ ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟମାନେ ଆୟୋଗରେ ପୂର୍ଣ୍ଣକାଳୀନ ଅବା ପାର୍ଟଟାଇମ୍ ସେବା ପ୍ରଦାନ କରିପାରିବେ ।

ଆୟୋଗ ମୁଖ୍ୟତଃ ରାଜ୍ୟ ଓ ତ୍ରିସ୍ତରୀୟ ପଂଚାୟତିରାଜ ଅନୁଷ୍ଠାନ ଓ ସହରାଂଚଳ ସ୍ୱାୟତ୍ତ ସଂସ୍ଥା ମଧ୍ୟରେ ଟିକସ ଆବଂଟନ, ଦାୟିତ୍ୱ, ରାଜ୍ୟ ଦ୍ୱାରା ସଂଗୃହୀତ ଟୋଲ୍ ଓ ଫି ଆଦି ସମ୍ପର୍କରେ ନିଜର ରିପୋର୍ଟ ଦେବେ ।

Comments are closed.