Latest Odisha News

BREAKING NEWS

ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ୍ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୦ ଜଣ ଯୁକ୍ତ ଦୁଇର ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ୍ ବଣ୍ଟନ କରିବା ସହ ସେମାନଙ୍କର ଉଜ୍ୱଳ ଭବିଷ୍ୟ କାମନା କରିଛନ୍ତି ।

ଲୋକସେବା ଭବନରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ସୂଚନା ଦେଇ କହିଥିଲେ, ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୫ ହଜାର ଛାତ୍ରଛାତ୍ରୀଙ୍କୁ ଲାପଟପ୍ ବଣ୍ଟନ କରାଯିବ । ସେଥିମଧ୍ୟରେ ଅନୁସୂଚିତ ଜାତି ଓ ଜନଜାତିର ୫୫୦୯ ଏବଂ ସାଧାରଣ ବର୍ଗର ୯୪୯୧ ଜଣ ଛାତ୍ରଛାତ୍ରୀ ରହିଛନ୍ତି ।

ଆହୁରି ମଧ୍ୟ ଏହି ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରୀପାଠି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର୍. ବାଲକ୍ରିଷ୍ଣନ୍ ଏବଂ ଉଚ୍ଚଶିକ୍ଷା ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ସୂଚନାଯୋଗ୍ୟ, ବିଜୁ ସଶକ୍ତିକରଣ ଯୋଜନାରେ ଯୁକ୍ତ ୨ର ମେଧାବୀ ଛାତ୍ରଛାତ୍ରୀଙ୍କୁ ୨୦୧୩ ମସିହାରୁ ମାଗଣା ଲାପଟପ୍ ବଣ୍ଟନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ୯୦.୨୦୩ ଜଣ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ୍ ବଣ୍ଟନ କରାଯାଇଛି ।

ଚଳିତ ବର୍ଷ ଓସିଏସି ମାଧ୍ୟମରେ ଲାପଟପ୍ ସଂଗ୍ରହ କରାଯାଇ ୩୦ଟି ନୋଡାଲ୍ ସେଣ୍ଟରକୁ ବଣ୍ଟନ ପାଇଁ ପଠାଯାଇଛି ।

Leave A Reply

Your email address will not be published.