ଭୁବନେଶ୍ୱର: କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ମଧ୍ଯ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା। ପୁରା ସମ୍ମାନର ସହ ସେମାନେ ଏଠାରେ ପଢିବେ। ରାଜ୍ୟ ସରକାର ଘଟଣା ସମ୍ପର୍କରେ ତୀକ୍ଷ୍ଣ ନଜର ରଖି ପଦକ୍ଷେପ ନେଉଛନ୍ତି।
ଏହା ପରେ ନେପାଳ ଦୂତାବାସର ଅଧିକାରୀ ନବୀନ ରାଜ୍ ଅଧିକାରୀ ଏବଂ ସଞ୍ଜୀବ ଶର୍ମା ଦାସ ମଧ୍ୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରାଯାଇଛି। ଏହି ଘଟଣା ସହ ସମ୍ପୃକ୍ତ ସମସ୍ତଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ନେପାଳର ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ ନେପାଳ ଓ ଓଡିଶା ମଧ୍ୟରେ ଅତି ପୁରାତନ ସମ୍ପର୍କ ରହିଆସିଛି ଏବଂ ଏହି ସୁସମ୍ପର୍କ କେବେ ବ୍ୟାହତ ହେବ ନାହିଁ ବୋଲି ଆଶା ପ୍ରକାଶ କରିଛନ୍ତ ।
ଏହି ଅବସରରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।
Comments are closed.