ଢ଼େଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଫାଶୀ ଗାଁରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଦୁର୍ବୁତ୍ତଙ୍କ ଗୁଳିମାଡ଼ରେ ଫାର୍ମ ହାଉସ ମାଲିକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଗୋବିନ୍ଦ ନାୟକ । ସେ ଶୋଇଥିବା ସମୟରେ କେହି ଦୁର୍ବୁତ୍ତ ତାଙ୍କୁ ଗୁଳି ମାଡ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି ।
ଘଟଣାସ୍ଥଳରେ ହିଁ ଫାର୍ମ ହାଉସ ମାଲିକ ଗୋବିନ୍ଦ ନାୟକଙ୍କ ମୃତ୍ୟୁ ହୋଇଛି । ମୃତ ଦେହକୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । ଫାର୍ମ ହାଉସ ମାଲିକ ଗୋବିନ୍ଦ ନାୟକଙ୍କୁ କ’ଣ ପାଇଁ ଦୁର୍ବୁତ୍ତମାନେ ଗୁଳିମାଡ଼ କଲେ ତାହାର କାରଣ ଜଣାପଡି ନାହିଁ । ଖବରପାଇ ଢେଙ୍କାନାଳ ସଦର ଥାନା ପୋଲିସ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Comments are closed.