Latest Odisha News

BREAKING NEWS

ଗୁଣି ସନ୍ଦେହରେ ପିଟାପିଟି, ଜଣେ ମୃତ ଓ ୪ ଗୁରୁତର

ବଲାଙ୍ଗିର: ତୁଷୁରା ଥାନା ଆଠଗାଁରେ ଗୁଣି ସନ୍ଦେହରେ ଗୋଷ୍ଠୀ ସଂଘର୍ଷ। ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଓ ପିଟାପିଟିରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ୪ଜଣ ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି।

ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ଆଠଗାଁରେ ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି। ଗୁଣି ସନ୍ଦେହରେ ଉଭୟ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଉଭୟ ପରିବାର ମଧ୍ୟରେ ପିଟାପିଟି ହୋଇଥିଲେ। ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ସଦସ୍ୟ ଅନ୍ୟ ପରିବାର ଜଣଙ୍କୁ ପଥରରେ ଛେଚି ଛେଚି ହତ୍ୟା କରିଥିଲେ।

ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ପରିବାରର ୪ ଗୁରୁତର ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ତୁଷୁରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ପରେ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Comments are closed.