Latest Odisha News

BREAKING NEWS

ବିଜୁ ଜୟନ୍ତୀରେ କାହିଁକି ସାମିଲ ହେଲେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇନାହାନ୍ତି।

ରାଜଧାନୀର ଜୟଦେବ ଭବନରେ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ସାମିଲ ହେଲେନି ପୂର୍ବତନ ମୁଖ୍ୟମନ୍ତ୍ରୀ।

ଅପରପକ୍ଷରେ ନବୀନଙ୍କ ବ୍ୟତୀତ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ସୁଶାନ୍ତ ରାଉତ ମଧ୍ୟ ଏହି ରାଜ୍ୟସ୍ତରୀୟ ସମାରୋହରୁ ଦୂରେଇ ରହିଥିଲେ। ଭୁବନେଶ୍ୱର ମେୟର ସୁଲୋଚନା ଦାସ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେଇନଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ବିଜୁ ଜନ୍ମବାର୍ଷିକୀ ସମାରୋହରେ ସାମିଲ ହେବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ବାବୁଙ୍କ ସାନ ପୁଅ ନବୀନ ପଟ୍ଟନାୟକଙ୍କୁ ସମ୍ମାନିତ ଅତିଥି ଭାବରେ ନିମନ୍ତ୍ରଣ କରିଥିଲେ।

 

Comments are closed.