Latest Odisha News

BREAKING NEWS

ମା’ ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପିର ଅପଚେଷ୍ଟାକୁ ବିରୋଧୀ କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ମାଆ ମାନେ ପରିବାରର ଶକ୍ତି । ସମାଜର ଶକ୍ତି । ୧୯୯୦ରେ ପ୍ରିୟ ନେତା ବିଜୁ ବାବୁ ମାଆ ମାନଙ୍କୁ ରାଜନୈତିକ ଭାବେ ସଶକ୍ତ କରିବା ପାଇଁ ଐତିହାସିକ ପଦକ୍ଷେପ ନେଇଥିଲେ । ମାଆ ମାନଙ୍କ ପାଇଁ ପଞ୍ଚାୟତରେ ୩୩%ସଂରକ୍ଷଣ ରଖିଥିଲେ । ସରକାରୀ ଚାକିରୀରେ ମା ମାନଙ୍କ ପାଇଁ ସଂରକ୍ଷଣ କରିଥିଲେ । ତାହା ଆଜି ସଫଳ ହୋଇଛି ।

ମାଆ ମାନେ ଆଜି ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସକ୍ରିୟ ଭାବେ ଅଂଶ ଗ୍ରହଣ କରୁଛନ୍ତି । କିନ୍ତୁ ପଞ୍ଚାୟତି ରାଜ ଅନୁଷ୍ଠାନକୁ ମଜବୁତ୍‌ କରିଥିବା ଓ ମାଆ ମାନଙ୍କ ଅଧିକାର ପାଇଁ ଐତିହାସିକ ପଦକ୍ଷେପ ନେଇଥିବା ବିଜୁ ବାବୁଙ୍କୁ ଡବଲ ଇଞ୍ଜିନ୍ ସରକାର ଅପମାନିତ କରିଛନ୍ତି ବୋଲି ଶ୍ରୀ ପଟ୍ଟନାୟକ ଦୁଃଖ ପ୍ରକାଶ କରିଥିଲେ । ବିଜୁ ବାବୁଙ୍କ ଜୟନ୍ତୀକୁ ରାଜନୈତିକ ଉଦ୍ଦେଶ୍ୟ ରଖି ପଞ୍ଚାୟତି ରାଜ ଦିବସ ଭାବେ ପାଳନକରାଗଲା ନାହିଁ ।

ଶ୍ରୀ ପଟ୍ଟାନାୟକ ଆହୁରି କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ବିଜେଡି ସରକାର ପଞ୍ଚାୟତ ଅନୁଷ୍ଠାନ ରେ ମାଆ ମାନଙ୍କ ପ୍ରତିନିଧିତ୍ୱକୁ ବୃଦ୍ଧି କରିଛନ୍ତି । ପାର୍ଲିଆମେଣ୍ଟ ଓ ରାଜ୍ୟ ବିଧାନ ସଭାରେ ମାଆ ମାନଙ୍କ ପାଇଁ ୧/୩ ପ୍ରତିଶତ ପାଇଁ ବିଜେଡି ଲଢେଇ ଜାରି ରଖିଛି ।ଆମର ମିଶନ ଶକ୍ତି କାର୍ଯ୍ୟକ୍ରମ ମାଆ ମାନଙ୍କୁ ସଶକ୍ତ କରିଛି । ଆତ୍ମ ନିର୍ଭର କରିଛି । ଡବଲ ଇଞ୍ଜିନ ସରକାର ମିଶନ ଶକ୍ତି ପରି ଲୋକପ୍ରିୟ କାର୍ଯ୍ୟକ୍ରମକୁ ବନ୍ଦ ଚକ୍ରାନ୍ତ ବୋଲି ଶ୍ରୀ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଥିଲେ ।

ସ୍ୱାଭିମାନୀ ମାଆ ମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରାଯାଉଛି ବୋଲି ପ୍ରକାଶ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ପ୍ରଚାର ପାଇଁ ଡବଲ ଇଞ୍ଜିନ ସରକାର ଶହ ଶହ କୋଟି ଟଙ୍କା ଖର୍ଚ କରୁଛନ୍ତି, କିନ୍ତୁ ମାଆ ମାନଙ୍କୁ ଦିନକୁ ମାତ୍ର ୨୭ ଟଙ୍କା ଦେଇ ବାହାଦୁରୀ ନେବାକୁ ଚେଷ୍ଟା କରୁଛନ୍ତି ୨୭ ଟଙ୍କାରେ ମାଆ ମାନେ ନିଜ ପରିବାର ପାଇଁ ଏକ୍ ଲିଟରେ କ୍ଷୀର କିଣିପାରିବେ ବୋଲି ଶ୍ରୀ ପଟ୍ଟନାୟକ ପ୍ରଶ୍ନ କରିଥିଲେ । ମାଆ ମାନେ ପରିଶେଷରେ ସୁଭଦ୍ରା ଯୋଜନାରୁ କିଛି ଉପକାର ପାଇବେ ନାହିଁ ବୋଲି ପ୍ରକାଶ କରି ମାଆ ମାନଙ୍କୁ ବିଭ୍ରାନ୍ତ କରିବା ପାଇଁ ହେଉଥିବା ଉଦ୍ୟମକୁ ବିରୋଧ କରିବା ପାଇଁ ବିଜେଡିର ମହିଳା କର୍ମୀ ମାନଙ୍କୁ ଆହ୍ୱାନ ଜଣାଇଥିଲେ ।

ବିଜୁ ଜନତା ଦଳ ମା ମାନଙ୍କ ରାଜନୈତିକ.ସାମାଜିକ ଅର୍ଥନୈତିକ ସଶକ୍ତିକରଣ ପାଇଁ କାମ କରୁଛି ଓ ବିଜେଡିର ଦୂତ ଭାବରେ ପ୍ରତି ପରିବାରକୁ ଦଳର ନୀତି ଓ ଆଦର୍ଶ ସମ୍ପର୍କରେ ସଚେତନ କରିବାକୁ ନବୀନ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ଶ୍ରୀ ପଟ୍ଟନାୟକ ବିଭନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ମହିଳା ଡାକ୍ତର ସେବା ମହାପାତ୍ର, କୁଞ୍ଜଳତା ସାମଲ, ଓଜସ୍ୱିନୀ ମାହାର, ଜୟନ୍ତୀ ପ୍ରଧାନ, ଡ଼କ୍ଟର ଜ୍ୟୋତିର୍ମୟୀ ମହାନ୍ତି, ଡ଼କ୍ଟର ରୋଜା ଘୋଷ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

Comments are closed.