Latest Odisha News

BREAKING NEWS

ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ, ୯୬ ଗିରଫ

ଭୁବନେଶ୍ୱର: ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହି କ୍ରମରେ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରାଯାଇଛି।

ରବିବାର ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ପୋଲିସର ସ୍ୱତନ୍ତ୍ର ଟିମ ବିଭିନ୍ନ ଚୋରା ବାଲିଘାଟ ଉପରେ ଚଢାଉ କରି ୯୧ଟି ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରାଯାଇଛି। ଏହା ସହ ୮୭ଟି ମାମଲା ରୁଜୁ କରାଯାଇଥିବା ବେଳେ ୯୬ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।

ଅପରପକ୍ଷରେ ବାଲି, ମୋରମ ଚୋରା କାରବାର ସମ୍ପର୍କରେ ସ୍ଥାନୀୟ ବ୍ୟକ୍ତି ବିଶେଷ ପୋଲିସକୁ ସୂଚନା ମଧ୍ୟ ଦେଇପାରିବେ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି। ରାଜ୍ୟରେ ଚୋରା ବାଲି ଚାଲାଣ ରୋକିବାକୁ ଆଗାମୀ ଦିନରେ ମଧ୍ୟ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିବ।

 

Comments are closed.