ଭୁବନେଶ୍ବର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ। ଆଜି ସନ୍ଧ୍ୟା ୫ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଙ୍କ ପରିବାର। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଛି ସମୟ। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପାଇଁ ଅନୁମତି ମାଗିଥିଲେ ନବଙ୍କ ପରିବାର ଲୋକେ।
ଇ-ମେଲ୍ରେ ମୁଖ୍ୟମନ୍ତ୍ରୀଙ୍କୁ ସମୟ ମାଗିଥିଲେ ନବ ଦାସଙ୍କ ପତ୍ନୀ। ମାର୍ଚ୍ଚ ୧୧ ତାରିଖରେ ସ୍ବର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ। ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଥିବାରୁ ମୀନତି ଦାସ ଏହି ଚିଠିରେ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତକାର ପାଇଁ ସମୟ ମାଗିଥିଲେ। ଉଭୟ ଇ-ମେଲ୍ ଓ ଡାକ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଚିଠି ପଠାଇ ସାକ୍ଷାତକାର ପାଇଁ ସମୟ ମାଗିଥିଲେ ମିନତୀ।
ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ନେଇ ତାଙ୍କ ଝାରସୁଗୁଡ଼ା ସରବାହାଲ ସ୍ଥିତ ବାସଭବନରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ମଙ୍ଗଳବାର ପହଞ୍ଚିଥିଲେ। ନୂଆ ତଦନ୍ତ ଅଧିକାରୀ ଏଏସପି ବିଜୟ ମଲ୍ଲିକ ଏବଂ ଡିଏସପି ଦିପ୍ତୀମୟୀ ମଲ୍ଲିକ ନବଙ୍କ ଘରେ ପହଞ୍ଚିଥିଲେ। ନବଙ୍କ ପୁଅ ବିଶାଳ, ଝିଅ ଦୀପାଳି ଏବଂ ସ୍ତ୍ରୀ ମୀନତିଙ୍କର ବୟାନ ରେକର୍ଡ କରିଥିଲେ। ଦୀର୍ଘ ୭ ଘଣ୍ଟା ଧରି ନବ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍ ରହିଥିଲା। ଅନ୍ୟପକ୍ଷରେ ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଚିଠି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଥିଲେ ବିଶାଲ ଦାସ। ମୁଖ୍ୟମନ୍ତ୍ରୀ ସମୟ ଦେଲେ ତାଙ୍କୁ ଦେଖା କରି ଆଲୋଚନା କରିବୁ ବୋଲି କହିଥିଲେ।
Comments are closed.