ଭୁବନେଶ୍ୱର: ମାଗଣା ବିଜୁଳିକୁ ନେଇ ବଡ଼ ସୂଚନା ଦେଲେ ରାଜ୍ୟ ସରକାର । ଯୋଜନାକୁ ନେଇ ବିଧାନସଭାରେ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଲୋକଙ୍କ ଆଗ୍ରହ ବଢୁଛି । ବର୍ତ୍ତମାନ ସୁଦ୍ଧା ଏଥିପାଇଁ ୯୩ ହଜାର ୩୬୭ ଜଣ ଲୋକ ପଞ୍ଜୀକରଣ କରିସାରିଛନ୍ତି । ସେମାନଙ୍କ ଭିତରୁ ୨୭୪୦ ଜଣ ହିତାଧିକାରୀ ଏହାର ସୁବିଧା ପାଇଥିବାବେଳେ, ରାଜ୍ୟ ସରକାର ଏଥିପାଇଁ ୧୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ସିଂହଦେଓ ।
ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଧାନସଭାରେ ଏନେଇ ପ୍ରଶ୍ନ କରିଥିଲେ । ସେ ପଚାରିଥିଲେ ଯେ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ କେତେ ଜଣ ହିତାଧିକାରୀ ଏପର୍ଯ୍ୟନ୍ତ ସୁବିଧା ପାଇଛନ୍ତି ଓ କେତେଜଣ ଏଥିପାଇଁ ପଞ୍ଜୀକରଣ କରିଛନ୍ତି ? ଯାହାର ଏହି ଉତ୍ତର ରଖିଥିଲେ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ।
ମନ୍ତ୍ରୀ ଶ୍ରୀ ସିଂହଦେଓ ଆହୁରି କହିଥିଲେ ଯେ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର; ମାଗଣା ବିଜୁଳି ଯୋଜନାରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବା ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଏହାସହ ସବସିଡି ପାଇବା ପାଇଁ ପ୍ରକ୍ରିୟାକୁ ଶତ ପ୍ରତିଶତ ଅନଲାଇନ କରାଯାଇଛି ।
Comments are closed.