Latest Odisha News

BREAKING NEWS

ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌

ବାଲେଶ୍ଵର: ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌ । ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଲେ ବାଲେଶ୍ବର ଓପିଆଇଡି କୋର୍ଟ । ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ୍‌ ମାତ୍ର ୩ ଦିନ ପାଇଁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ସଭାପତି ମାନସ ବାରିକ ଏବଂ ସମ୍ପାଦକ ଉତ୍କଳ ଦାଶ ମଧ୍ୟ ରିମାଣ୍ଡରେ ଯିବେ ।

ସୂଚନା ଅନୁସାରେ, ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲାରେ ରାଜାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ୪ ବର୍ଷରେ ଗାଁ ଲୋକଙ୍କୁ ରାଜା ୩୩ କୋଟି ଟଙ୍କା ବାଣ୍ଟିଥିବା ତଦନ୍ତରୁ ଜଣାପଡ଼ିଛି । ମା’ କାଳୀ ନାମକ ଏକ ପ୍ରେଟ୍ରୋଲ ପମ୍ପକୁ ୯.୧ କୋଟି ଯଙ୍କା ପ୍ରଦାନ କରାଯାଇଛି । ଶ୍ରମିକମାନଙ୍କୁ ପାଉଣା ନାଁରେ ମଧ୍ୟ ଠକେଇ କରିଥିବା ଅଭିଯୋଗ ହୋଇଛି ।

ତେବେ କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଏକ ପ୍ରେସମିଟ୍ ଜରିଆରେ ଏନେଇ ସୂଚନା ଦେଇଥିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି । ୨୦୧୭-୧୮ ମସିହାରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି ।

 

Comments are closed.