Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଫସିଲେ କୁତ୍ରା ତହସିଲର ଅମିନ

ଭୁବନେଶ୍ୱର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ସୁନ୍ଦରଗଡ଼ର କୁତ୍ରା ତହସିଲର ଅମିନଙ୍କୁ ୬୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି।

ଭିଜିଲାନ୍ସ ପକ୍ଷରୁ ଜାରି ସୂଚନା ଅନୁଯାୟୀ, କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଅଭିଯୋଗକାରୀ ଏବଂ ତାଙ୍କ ଭାଇମାନଙ୍କର ପଟ୍ଟା ଭାଗ ପାଇଁ ଏକ ସ୍କେଚ୍ ମ୍ୟାପ୍ ପ୍ରସ୍ତୁତ ହୋଇଥାନ୍ତା। କୋର୍ଟଙ୍କ ନିର୍ଦ୍ଦେଶ ସତ୍ବେ ଅମିନ ଶିଶିର କୁମାର ନାଏକ ଜମିର ଏକ ସ୍କେଚ୍ ମ୍ୟାପ୍ ପ୍ରସ୍ତୁତ କରିବା ପାଇଁ ସେମାନଙ୍କଠାରୁ ୧୦,୦୦୦ ଟଙ୍କା ଦାବି କରିଥିଲେ। ଅଭିଯୋଗକାରୀ ଏହି ରାଶି ଦେବାକୁ ଅକ୍ଷମତା ପ୍ରକାଶ କରିବା ପରେ ସେ ୬୦୦୦ ଟଙ୍କାରେ ରାଜି ହୋଇଥିଲେ। ଯାହାପରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ତ ହୋଇଥିଲେ।

ଯାହାପରେ ପୂର୍ବ ଯୋଜନା ମୁତାବକ ଲାଞ୍ଚ ଟଙ୍କା ନେବାବେଳେ ଅମିନଙ୍କୁ ଧରିଥିଲେ ଭିଜିଲାନ୍ସ ଟିମ୍। ଏଥିସହ ତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇଛି। ଅପରପକ୍ଷରେ ତାଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଦୁଇଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି।

 

Comments are closed.