Latest Odisha News

BREAKING NEWS

ଖାକିରେ ଲାଗିଲା ଦାଗ: ଗିରଫ ହେଲେ ଲାଞ୍ଚୁଆ ସବଇନସ୍ପେକ୍ଟର

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବୁଧବାର ନୟାଗଡ଼ର ଶରଣକୂଳ ଥାନା ସବ୍ ଇନ୍ସପେକ୍ଟର ରାଜେଶ ଶ୍ରୀଚନ୍ଦନଙ୍କୁ ଗିରଫ କରିଛି। କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ। କଲ୍ଯାଣପୁରର ମୋନାଲିସା ଦାସଙ୍କ ଠାରୁ ନେଉଥିଲେ ଲାଞ୍ଚ । ରେଡରେ ଭୁବନେଶ୍ବର ଓ ନୟାଗଡ ଭିଜିଲାନ୍ସ ଟିମ୍ ସାମିଲ୍ ଥିଲା ।

ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ। ଏମିତିକି ଟଙ୍କା ନଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ କହିଥିଲେ। ତେବେ ଶେଷରେ ମହିଳା ଜଣକ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ଆଉ ଭିଜିଲାନ୍ସ ଏସଆଇଙ୍କୁ କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଛି।

ସେପଟେ ଭିଜିଲାନ୍ସ ଟିମ୍ ଗଠନ କରି ଶ୍ରୀଚନ୍ଦନଙ୍କ ଘର ଏବଂ ବିଭିନ୍ନ ସ୍ଥାନରେ ରେଡ୍ କରିଥିଲା। ପରେ, ଭୁବନେଶ୍ୱରରେ ତାଙ୍କ ବାସଭବନ ଏବଂ ଅଫିସ ରୁମରେ ଏକକାଳୀନ ତଲାସ କରାଯାଇଥିଲା। ଦୁର୍ନୀତି ନିବାରଣ (ସଂଶୋଧନ) ଆଇନ, ୨୦୧୮ର ଧାରା ୭ ଅନୁଯାୟୀ ତାଙ୍କ ବିରୁଦ୍ଧରେ ଏକ ମାମଲା ରୁଜୁ କରାଯାଇଥିଲା। ଆଜି କିନ୍ତୁ ଲାଞ୍ଚୁଆ ସବଇନସ୍ପେକ୍ଟରଙ୍କୁ ଗିରଫ କରାଯାଇଛି।

ଶ୍ରୀଚନ୍ଦନ ୨୦୧୭ରେ ପୋଲିସର ଏସ୍ଆଇ ଭାବରେ ସରକାରୀ ଚାକିରିରେ ପ୍ରବେଶ କରିଥିଲେ ଏବଂ ନୟାଗଡ଼ ଜିଲ୍ଲାର ବିଭିନ୍ନ ଥାନାରେ ତାଙ୍କୁ ନିଯୁକ୍ତି ଦିଆଯାଇଥିଲା। ସେ ଅକ୍ଟୋବର ୨୦୨୪ରୁ ସରନକୁଳ ଥାନାରେ କାର୍ଯ୍ୟରତ ଥିଲେ।

Comments are closed.