ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆଜି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି। ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ସମେତ ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେତେକ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
୨୦ ତାରିଖ ଯାଏ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି। ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Comments are closed.