Latest Odisha News

BREAKING NEWS

ଆସନ୍ତା ୨୦ରୁ ରାଜ୍ୟରେ ତାତି ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଏବେ ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି । ଯାହା ଫଳରେ ସର୍ବୋଚ୍ଚ ତାପମାତ୍ରା ୪୦ଡ଼ିଗ୍ରୀ ତଳେ ରେକର୍ଡ ହେଉଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୩ଦିନ ପରେ ବର୍ଷାର ପ୍ରଭାବ କମିବା ସହ ପୁଣି ଆଭ୍ୟନ୍ତରୀଣ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳର ଅନେକ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହି ସମୟ ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ।

Comments are closed.