Latest Odisha News

BREAKING NEWS

ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ଧଳଙ୍କୁ ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି । ୧୯୯୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଶ୍ରୀ ଧଳ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ। ସେ ଆସନ୍ତା ଜୁଲାଇ ୧ ତାରିଖରେ ସଂସଦୀୟ ବ୍ୟାପାର ସଚିବ ଦାୟିତ୍ବ ନେବେ। ତେଣୁ ସେ ଏବେ ଦିଲ୍ଲୀରେ ରହିବେ।

ସେହିପରି ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୪ ବ୍ୟାଚ୍‌ର ଆଇଏଏସ୍ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ବ ମିଳିଛି । ସେ ନ୍ୟୁ ଆଣ୍ଡ ରିନ୍ୟୁବଲ୍‌ ଏନର୍ଜୀ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ଏଥି ସହିତ ରଞ୍ଜନା ଚୋପ୍ରାଙ୍କୁ ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି ।

ସୂଚନାଥାଉକି, ରାଜ୍ୟରେ ସରକାର ବଦଳିବା ପରେ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଭାବେ ଗତବର୍ଷ ଜୁନ୍‌ ମାସରେ ନିଯୁକ୍ତି ଦେଇଥିଲେ। ନିକୁଞ୍ଜ ବିହାରୀ ଧଳ ସାଧାରଣ ନିର୍ବାଚନ-୨୦୨୪କୁ ସେ ଭଲ ପରିଚାଳନା କରିଥିଲେ। ନିର୍ବାଚନ ସମୟରେ ତ୍ରୁଟି ପାଇଁ ସେ କିଛି ଅଧିକାରୀ ଓ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ।

Comments are closed.