ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । କିଡନୀ ଜନିତ ସମସ୍ୟା ଯୋଗୁଁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ ।
ରତିକାନ୍ତ ମହାନ୍ତି ଦି ଏସିଆନ୍ ଏଜ୍, ଦିନଲିପି, ସ୍ୱରାଜ୍ୟ ଏବଂ ପର୍ଯ୍ୟବେକ୍ଷକ ଭଳି ଅନେକ ସମ୍ବାଦ ସଂସ୍ଥା ସହିତ କାମ କରିଥିଲେ । ସେ ପ୍ରାୟ ଚାରି ଦଶନ୍ଧି ଧରି ଶାସନ ଏବଂ ରାଜନୀତିର ଖବର ପରିବେଷଣ କରିଥିଲେ । ସେ ଆହୁରି ମଧ୍ୟ ସମ୍ବାଦ ସଂସ୍ଥା ହିନ୍ଦୁସ୍ଥାନ ସମାଚାର ସହିତ ମଧ୍ୟ ଜଡିତ ଥିଲେ । ସେ ଓଡ଼ିଶାର ସାମାଜିକ ଓ ରାଜନୈତିକ ଚେତନାର ଏକ ନିଷ୍ଠାବାନ୍ କଣ୍ଠସ୍ୱର ଥିଲେ । ତାଙ୍କ ପରିବାରରେ ତାଙ୍କ ସ୍ତ୍ରୀ ସିପ୍ରା ମହାନ୍ତି ଏବଂ ଦୁଇ ଝିଅ ପୂଜା ଏବଂ ବନ୍ଦନା ଅଛନ୍ତି ।
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ । ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି ।
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ। ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ…
— Mohan Charan Majhi (@MohanMOdisha) April 19, 2025
ଅନ୍ୟପଟେ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜଣେ ସରଳ, ସଚ୍ଚୋଟ ଏବଂ କର୍ତ୍ତବ୍ୟନିଷ୍ଠ ସାମ୍ବାଦିକ ଭାବେ ସାମ୍ବାଦିକତା କ୍ଷେତ୍ରକୁ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
View this post on Instagram
Comments are closed.