ହାଇଦ୍ରାବାଦ: ତେଲୁଗୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳ (ଇଡି)ର ସମନ । ରିଅଲ-ଇଷ୍ଟେଟ ସହ ଜଡ଼ିତ ମନି ଲଣ୍ଡ୍ରିଂ ମାମଲାରେ ଇଡି ସମନ କରାଯାଇଛି । ଏପ୍ରିଲ ୨୮ ତାରିଖ ଦିନ ହାଇଦ୍ରାବାଦ ସ୍ଥିତି ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଠିକ୍ ସମୟରେ କାମ ସରିନଥିବା ସହ ଟଙ୍କା ହେରଫେର ଅଭିଯୋଗ ହୋଇଛି । ସାଇ ସୂର୍ଯ୍ୟା ଡେଭଲପର୍ସ ଓ ସୁରାନା ଗ୍ରୁପ ଡେଭଲପର୍ସ ସହ ଜଡ଼ିତ ଦୁଇଟି ମାମଲାରେ ଏହି ସମନ ହୋଇଛି । ଏହି ୨ଟି ରିଅଲ ଇଷ୍ଟେଟ ଫାର୍ମର ବ୍ରାଣ୍ଡ ଆମ୍ବାସଡର ଥିଲେ ମହେଶ ବାବୁ । ଠିକ୍ ସମୟରେ କାମ ସରିନଥିବା ସହ ଟଙ୍କା ହେରଫେର ଏବଂ ଗ୍ରାହକଙ୍କୁ ଠକିଥିବା ଅଭିଯୋଗ ହୋଇଛି ।
‘ଗ୍ରୀନ ମିଡୋଜ’ ନାମକ ଯୋଜନାକୁ ନେଇ ତଦନ୍ତ କରୁଛି ଇଡି । ସାଇ ସୂର୍ଯ୍ୟା ଡେଭଲପର୍ସ ମାଲିକ ସତୀଶ ଚନ୍ଦ୍ର ଗୁପ୍ତାଙ୍କ ନାଁରେ ରହିଛି ଅଭିଯୋଗ । ସାଇ ସୂର୍ଯ୍ୟା ଡେଭଲପର୍ସ ଠାରୁ ମହେଶ ବାବୁ ପାଖାପାଖି ୬କୋଟି ଟଙ୍କା ନେଇଛନ୍ତି । ବିଜ୍ଞାପନ ଚୁକ୍ତି ବାବଦରେ ଏହି ଟଙ୍କା ମହେଶ ବାବୁ ନେଇଥିବା ଅଭିଯୋଗ ହୋଇଛି ।
Comments are closed.