ଭୁବନେଶ୍ବର: ଅପ୍ରେଲ ୨୩ ତାରିଖ ଅର୍ଥାତ୍ ଆଜି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା ହୋଇଛି । ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି । ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଆସନ୍ତାକାଲିଠୁ ଛୁଟି ଘୋଷଣା କରିଛନ୍ତି । ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ହଷ୍ଟେଲ ପିଲାମାନେ ଚାହିଁଲେ ଏହି ଛୁଟି ସମୟରେ ହଷ୍ଟେଲରେ ରହିପାରିବେ ।
ବର୍ତ୍ତମାନ ରାଜ୍ୟରେ ଭୀଷଣ ଉଷ୍ଣତା ଅନୁଭୂତ ହେଉଛି । ଜଳୁଛି ପଶ୍ଚିମ ଓଡ଼ିଶା । ଆସନ୍ତା ୨୬ ତାରିଖ ଯାଏ ହିଟୱେଭ ଜାରି କରିଛି ପାଣିପାଗ ବିଭାଗ। ଆଜି ସିଭିୟର ହିଟୱେଭ ପାଇଁ ଝାରସୁଗୁଡ଼ା ଓ ହିଟ ୱେଭ ପାଇଁ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି ।
Comments are closed.