ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମପ୍ରବାହ ଏବଂ ଗରମ ପରେ ଓଡ଼ିଶାରେ ପୁଣି ଥରେ କାଳବୈଶାଖୀ ହେବାର ସମ୍ଭାବନା ଅଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି।
୨୪ ଏପ୍ରିଲରେ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼ ଏବଂ ୨୫ ଏପ୍ରିଲରେ ବଲାଙ୍ଗୀର ଏବଂ ସମ୍ବଲପୁର ପାଇଁ ଗ୍ରୀଷ୍ମପ୍ରବାହ ନେଇ କମଳା ସତର୍କତା ଜାରି କରାଯାଇଛି। ଏହି ଦୁଇ ଦିନ ମଧ୍ୟରେ ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ରାତି ଉଷ୍ମରହିବ।
ୟେଲୋ ସତର୍କତା
୨୪ ଏପ୍ରିଲ: ନୂଆପଡ଼ା, ବରଗଡ଼, କଳାହାଣ୍ଡି, ଦେବଗଡ଼ ଏବଂ ଅନୁଗୁଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମପ୍ରବାହ ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଅନୁଭୂତ ହେବାର ସମ୍ଭାବନା ଅଛି।
୨୫ ଏପ୍ରିଲ: ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, ନୂଆପଡ଼ା ଏବଂ ବରଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟ ଗରମ ସମାନ ସ୍ଥିତି ହୋଇପାରେ।
ଏହି ସମୟ ମଧ୍ୟରେ ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାରେ ପାରଦ ୪୨° ସେଲସିୟସ ଅତିକ୍ରମ କରିବାର ସମ୍ଭାବନା ଅଛି।
ତେବେ ୨୭ ଏପ୍ରିଲରୁ ରାଜ୍ୟରେ କାଳବୈଶାଖୀ ବର୍ଷା ପୁନର୍ବାର ଆରମ୍ଭ ହୋଇପାରେ।
୨୭ ଏପ୍ରିଲ: ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ ଏବଂ ମାଲକାନଗିରିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟାରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିପରି କେନ୍ଦୁଝର, ଭଦ୍ରକ, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ବଜ୍ରପାତ ଓ ବର୍ଷା ସହିତ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
୨୮ ଏପ୍ରିଲ: ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଏବଂ ଗଞ୍ଜାମର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ସହିତ କୁଆପଥର ବର୍ଷା ମଧ୍ଯ ହୋଇପାରେ।
ସେହିପରି କୋରାପୁଟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୪୦-୫୦ କିମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।
Comments are closed.