Latest Odisha News

BREAKING NEWS

‘ମୋ ସରକାର’ରେ ସାମିଲ୍ ହେଲା ମିଶନ ଶକ୍ତି ଏବଂ ମହିଳା ଓ ଶିଶୁ ବିଭାଗ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମିଶନ ଶକ୍ତି ଏବଂ ମହିଳା ଓ ଶିଶୁ ବିଭାଗ ‘ମୋ ସରକାର’ରେ ସାମିଲ ହେଲା । ମିଶନ ଶକ୍ତି ଏବଂ ମହିଳା ଓ ଶିଶୁ ବିଭାଗ ଯୋଜନାରେ ଅନ୍ତଭୃକ୍ତ ହୋଇଥିବା ସମସ୍ତ ହିତାଧିକାରୀମାନେ ଏବେ ସିଧାସଳଖ ରାଜ୍ୟ ସରକାରଙ୍କ ସହିତ କଥାବାର୍ତ୍ତା ହୋଇପାରିବେ ।

ରାଜ୍ୟ ଲୋକସେବା ଭବନରେ ଅନୁଷ୍ଠିତ ଏକ ଭିଡ଼ିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ମହିଳା, ଶିଶୁବିକାଶ ଓ ମିଶନ ଶକ୍ତି ବିଭାଗ ଅଧିନରେ ମା ଓ ଶିଶୁମାନଙ୍କ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ । ଶିଶୁ ମାନଙ୍କ ପୁଷ୍ଟି କାର୍ଯ୍ୟକ୍ରମର ସଫଳତା ସହିତ ମାତୃ ମୃତ୍ୟୁହାର ଓ ଶିଶୁ ମୃତ୍ୟୁହାର ହ୍ରାସ ଦିଗରେ ରାଜ୍ୟ ସରକାରଙ୍କ ସଫଳତାରେ ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ବିଭାଗ କର୍ମଚାରୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସେମାନଙ୍କର ନିଷ୍ଠାପର ଉଦ୍ୟମ ଫଳରେ ମମତା କାର୍ଯ୍ୟକ୍ରମ ସାରା ଦେଶରେ ଏକ ମଡ଼େଲ୍ ହୋଇସାରିଛି ।

ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ତାଙ୍କ ଭାଷଣରେ ମୋ ସରକାର କାର୍ଯ୍ୟକ୍ରମର ଉପାଦେୟତା ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କହିଥିଲେ ଯେ, ମୋ ସରକାର କାର୍ଯ୍ୟକ୍ରମ ସାରା ଦେଶରେ ଏକ ଅଭିନବ ପ୍ରୟାସ ।

୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗର କ୍ଷେତ୍ର କର୍ମଚାରୀ ମାନଙ୍କୁ ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତଭାବେ ବୁଝାଇବା ସହିତ ଏହାର ବିଭିନ୍ନ ଦିଗ ସମ୍ପର୍କରେ ମଧ୍ୟ ସେମାନଙ୍କ ସହିତ ଆଲୋଚନା କରିଥିଲେ । ବିଭିନ୍ନ ଅଙ୍ଗନବାଡ଼ିକୁ ଯୋଗାଇ ଦିଆଯାଉଥିବା ଛତୁଆ କାର୍ଯ୍ୟକ୍ରମରେ କେବଳ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ସାମିଲ୍ କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି । ଏହାକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.