Latest Odisha News

BREAKING NEWS

୨ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ

ଗଞ୍ଜାମ: ୨ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ । ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ । ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ହତ୍ୟାର ଶିକାର ହୋଇଛନ୍ତି ସୁମଣ୍ଡଳ ଗ୍ରାମର ସଞ୍ଜୟ ବାରିକ ଏବଂ ଅଜୟ ବାରିକ।

ସୂଚନାଥାଉକି, ୨ ଭାଇଙ୍କ ନାଁରେ ପୂର୍ବରୁ ଅପରାଧିକ ମାମଲା ରହିଛି । ପୂର୍ବ ଶତ୍ରୁତାରୁ ଏହି ହତ୍ୟା କାଣ୍ଡ ଘଟିଛି ବୋଲି ସନ୍ଦେହ କରାଯାଉଛି। ଦୁଇ ଭାଇଙ୍କ ମୁହଁକୁ ପୋଡ଼ି ଦିଆଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

Comments are closed.