ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ମେ ଦୁଇ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ଅପରାହ୍ମ ୪ଟାରେ ବୋର୍ଡ ଅଫିସ୍ରେ ପ୍ରକାଶ ପାଇବ ରେଜଲ୍ଟ । ସନ୍ଧ୍ୟା ୬ଟା ପରେ ଏହା ମାଧ୍ୟମିକ ଶିକ୍ଷାପରିଷଦର ଓ୍ୱେବସାଇଟ୍ରେ ଉପଲବ୍ଧ ହେବ । www. bseodisha.ac.in ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହେବା ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ଚଳିତ ବର୍ଷ ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୩୦ ଜିଲ୍ଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିଲା । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା ହୋଇଥିଲା ।
ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ ହୋଇଥିଲା।
ଛାତ୍ରଛାତ୍ରୀ ଏବଂ ଅଭିଭାବକମାନଙ୍କୁ ପରାମର୍ଶ ଦିଆଯାଉଛି ଯେ ସେମାନେ ଅଫିସିଆଲ ୱେବସାଇଟ୍ରୁ ହିଁ ଫଳାଫଳ ଯାଞ୍ଚ କରନ୍ତୁ ଏବଂ କୌଣସି ଅଣଅଧିକାରିକ ଉତ୍ସ ଉପରେ ନିର୍ଭର କରନ୍ତୁ ନାହିଁ।
Comments are closed.