Latest Odisha News

BREAKING NEWS

ରଥଯାତ୍ରା ଇତିହାସରେ ପ୍ରଥମ: ପାର୍କିଂସ୍ଥଳ ଜଗିବେ ଘରୋଇ ସୁରକ୍ଷା କର୍ମୀ

ପୁରୀ: ଚଳିତ ରଥଯାତ୍ରାକୁ ଆହୁରି ଶୃଙ୍ଖଳିତ ଓ ସୂଚାରରୂପେ ଶେଷ କରିବାକୁ ପ୍ରଥମ ଥର ପାଇଁ ମୁତୟନ ହେବେ ଘରୋଇ ସୁରକ୍ଷା କର୍ମୀ । ଏମାନେ ରଥଯାତ୍ରା ବେଳେ ବିଭିନ୍ନ ପାର୍କିଂସ୍ଥଳ ଜଗିବେ । ଏଥିପାଇଁ ଖର୍ଚ୍ଚ ହେବ ୧୪ ଲକ୍ଷ ୧୬ ହଜାର ଟଙ୍କା । ଏନେଇ ରଥଯାତ୍ରା ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ଏହା ପରେ ପୁରୀ ଏସପି ଅତିରିକ୍ତ ଡିଜିଙ୍କୁ ଚିଠି ଲେଖିଛନ୍ତି ।

ଅନ୍ୟପଟେ ବୈଠକର ଏହି ନିଷ୍ପତ୍ତିକୁ ସାଧାରଣରେ ଗ୍ରହଣ କରାଯାଇପାରୁନାହିଁ । ବିଭିନ୍ନ ମହଲରେ ଏହାକୁ ତୀବ୍ର ସମାଲୋଚନା କରାଯାଉଛି । ସବୁବେଳେ ପାର୍କିଂରେ ଗାଡ଼ି ରଖି ଭକ୍ତମାନେ ବଡ଼ଦାଣ୍ଡରେ ପହଞ୍ଚିଥାନ୍ତି । କିନ୍ତୁ ପାର୍କିଂ ସ୍ଥାନରେ ଏହି ଘରୋଇ ସୁରକ୍ଷାକର୍ମୀଙ୍କର କ’ଣ ଆବଶ୍ୟକତା ପଡ଼ିଲା ସେ ନେଇ ପ୍ରଶ୍ନ ଉଠିଛି ।

ଏହାର ଉତ୍ତରରେ ପୋଲିସ କହିଛି ଯେ, ଗାଡ଼ିଗୁଡ଼ିକର ସୁରକ୍ଷାର ଆବଶ୍ୟକତା ରହିଛି । ତେଣୁ ପାର୍କିଂ ସ୍ଥାନରେ ଅନେକ ସମୟରେ ଗାଡ଼ିଗୁଡ଼ିକ ନିରାପଦରେ ରହୁ ନଥିବାରୁ ଏଭଳି ବ୍ୟବସ୍ଥା କରାଯାଇଛି ।

Comments are closed.