ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍ ସର୍ଭେ ଚାଲିଛି ଏବଂ ଫିଜିକାଲ ସର୍ଭେ ହେବ। ଜଗତସିଂହପୁର, ସୁନ୍ଦରଗଡ଼ ସହ ୨୦ଟି ଜିଲ୍ଲାରେ ଏହି ସର୍ଭେ ହେବ।
ଖରିଫ୍ ଋତୁରେ ୭୪ ଲକ୍ଷ ମେଟ୍ରିକ ଧାନ କିଣା ହୋଇଛି। ୨୨ ହଜାର ୭୭୭ କୋଟି ଟଙ୍କା କୃଷକଙ୍କୁ ଦେଇଛୁ। ଖୁବ୍ ଶୀଘ୍ର ଟୋକନ୍ ଦେବୁ କହିଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଖରିଫ୍ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଥିଲା। ଏଥିପାଇଁ ଚାଷୀମାନଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦକୁ ୧୬ ହଜାର ୮୫୩ କୋଟି ଏବଂ ଇନପୁଟ ସହାୟତା ବାବଦକୁ ୫୮୬୨ କୋଟି ଟଙ୍କା ଦିଆଯାଇଛି। ସେହିଭଳି ଚଳିତ ରବି ଋତୁ ପାଇଁ ଆସନ୍ତା ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଧାନକିଣା ଆରମ୍ଭ ହେବ।
ଚଳିତ ଋତୁରେ ୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଥିପାଇଁ ପ୍ରାୟ ୩ ଲକ୍ଷ ୩୭ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି। ଯାହା ଗତବର୍ଷ ତୁଳନାରେ ପ୍ରାୟ ୧୨୨ ପ୍ରତିଶତ ଅଧିକ ରହିଛି। ଚଳିତ ବର୍ଷ କନ୍ଧମାଳ, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ନୂତନ ଭାବେ ଧାନକିଣା ଆରମ୍ଭ ହେଉଛି। ରବି ଋତୁରେ ମୋଟ ୨୦ଟି ଜିଲ୍ଲାରେ ୯୬୫ଟି ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଧାନକିଣା ହେବ। ଏଥିରେ ମଧ୍ୟ ୨୦୦ଟି ସ୍ୱୟଂ ସହାୟକ ଗୋଷ୍ଠୀ ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି।
Comments are closed.