ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହି ସମୟରେ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ଲକ କରିଦେଇଛନ୍ତି।
ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ, ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀ, ମରିୟମ ନୱାଜ, ବିଲାୱାଲ ଭୁଟ୍ଟୋଙ୍କ ସମେତ ଅନେକ ପାକିସ୍ତାନୀ ନେତା ଏବଂ ମନ୍ତ୍ରୀଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ମଧ୍ୟ ନିଷିଦ୍ଧ କରାଯାଇଛି।
ଏହା ପୂର୍ବରୁ ଭାରତ ସରକାର ୧୬ଟି ପ୍ରମୁଖ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲକୁ ନିଷିଦ୍ଧ କରିଥିଲେ। ଏହି ୟୁଟ୍ୟୁବ୍ ଚ୍ୟାନେଲଗୁଡ଼ିକ ଭାରତୀୟ ସେନା ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ବିରୁଦ୍ଧରେ ଉତ୍ତେଜନାପୂର୍ଣ୍ଣ ଏବଂ ସାମ୍ପ୍ରଦାୟିକ ସମ୍ବେଦନଶୀଳ ବିଷୟବସ୍ତୁ ସହିତ ମିଥ୍ୟା ଏବଂ ଭ୍ରମାତ୍ମକ ଭିଡିଓ ପ୍ରଦର୍ଶନ କରୁଥିବା ଅଭିଯୋଗରେ ଏଭଳି ପଦକ୍ଷେପ ନିଆଯାଇଛି।
Comments are closed.