ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ। କେହି ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡବିଧାନ ମଧ୍ୟ କରାଯାଇପାରେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।
ଆଇନ ମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀ ଜଗନ୍ନାଥଙ୍କ ସଂସ୍କୃତିକୁ ନେଇ କିଛି ଦିନ ହେବ ଦ୍ବନ୍ଦ୍ବାତ୍ମକ ତଥ୍ୟ ପ୍ରଚାରିତ ହେଉଛି। ଦୀଘାରେ ଜଗନ୍ନାଥ ମନ୍ଦିର ହେବା, ଏହାକୁ ଜଗନ୍ନାଥ ଧାମ ନାମ ଦେବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଚର୍ଚ୍ଚା ଅଗ୍ରହଣୀୟ। ଏଭଳି କଥା ଗୁଡିକ ଜଗନ୍ନାଥ ପ୍ରେମୀ ଭକ୍ତ ସମାଜ ଓ ଓଡିଶାର ସାଢେ ଚାରିକୋଟି ଜନତାଙ୍କ ମନରେ କଷ୍ଟ ଦେଇଛି।
ଏହି କାରଣରୁ ସଂପୂର୍ଣ୍ଣ ଘଟଣା ଉପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏକ ଅନ୍ତରୀଣ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ଆଇନ ମନ୍ତ୍ରୀ।
Comments are closed.