Latest Odisha News

BREAKING NEWS

ଆସନ୍ତା ୩ ଦିନ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା….

ଭୁବନେଶ୍ଵର: ୩ ଦିନ ବର୍ଷିବ। ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ବହିବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ବିଚ୍ଛିନ୍ନ ସ୍ଥାନଗୁଡ଼ିକରେ ଅପରାହ୍ନ କିମ୍ବା ସନ୍ଧ୍ୟାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବା। ଏଥିସହିତ ୪୦-୫୦ କିମି ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଯାହା ଆସନ୍ତା ୫ ତାରିଖ ଯାଏଁ ଜାରି ରହିବ। ଏଥିପାଇଁ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ନବରଙ୍ଗପୁର, କେଉଁଝର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏହି ସବୁ ଜିଲ୍ଲା ଗୁଡିକରେ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ବଜ୍ରପାତ ଏବଂ ଝଡ଼ ପବନ ବହିବାର ସମ୍ଭାବନା ରହିଛି।

ତେବେ ବିଶେଷ କରି ଆସନ୍ତାକାଲି ସକାଳରୁ ତା ପରଦିନ ସକାଳ ଅର୍ଥାତ୍ ୫ ଏବଂ ୬ ମେ ପର୍ଯ୍ୟନ୍ତ ପାଗ ଅଧିକ ତୀବ୍ର ହେବ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଏବଂ ଗଜପତି ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ୫୦-୬୦ କିମି ପ୍ରତି ଘଣ୍ଟା ରହିବ। ଏଥିସହିତ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ବର୍ଷା ନେଇ ସମ୍ଭାବନା ରହିଛି। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

Comments are closed.