ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ଲାଗି ରହିଛି । ଫଳରେ ଅସହ୍ୟ ଗରମରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳୁଛି । ଆହୁରି ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ପୁଣି କଲବଲ କରିବ ତାତି । ମୁଣ୍ଡ ଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଛଟପଟ ହେବେ ରାଜ୍ୟବାସୀ ।
ତେବେ ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କୁଆପଥର ମାଡ଼ ସହ କାଳବୈଶାଖୀ ନେଇ ଚେତାବନୀ ରହିଛି । ୫ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଗଜପତି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପ୍ରଭାବରେ ତାପମାତ୍ରାରେ ବୃଦ୍ଧି ହେବନି । ହେଲେ ୮ ତାରିଖଠାରୁ ରାଜ୍ୟରେ ତାତି ବଢ଼ିବା ସମ୍ଭାବନା ରହିଛି । ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା ।
Comments are closed.