ଭୁବନେଶ୍ୱର: ଆଉ ଦୁଇ ଦିନ ପରେ ଓଡ଼ିଶାରେ ପୁଣି ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମଙ୍ଗଳବାର ସୂଚନା ଦେଇଛି।
ଏହି ସମୟ ମଧ୍ୟରେ ସାରା ରାଜ୍ୟରେ ଦିନର ତାପମାତ୍ରା ୨-୪° ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ମେ ୧୦ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ନେଇ ହଳଦିଆ ସତର୍କତା ଜାରି କରିଛି।
ମେ ୬
ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ଘଡ଼ଘଡ଼ି ହୋଇପାରେ।
ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଏବଂ ସୁନ୍ଦରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ / ସନ୍ଧ୍ୟା ସମୟରେ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବର୍ଷା ଘଡ଼ଘଡ଼ି ହୋଇପାରେ।
ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ, ସୁନ୍ଦରଗଡରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହୋଇପାରେ।
ମେ ୭
ମୟୂରଭଞ୍ଜ, ବାଲେଶ୍ଵର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ଏବଂ ନବରଙ୍ଗପୁର ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ / ସନ୍ଧ୍ୟା ସମୟରେ ପବନର ବେଗ ୩୦-୪୦ ରହିବ ସହ ଝଡ଼ବର୍ଷା ହୋଇପାରେ।
ମୟୂରଭଞ୍ଜ, ବାଲେଶ୍ଵର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ଏବଂ କାଲାହାଣ୍ଡିରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ।
ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେବ।
୯ ମେ ରେ ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ୧୦ ମେ ରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର ଏବଂ ବୌଦ୍ଧରେ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କତା ଜାରି କରାଯାଇଛି।
୮ ମେ ରେ କୋରାପୁଟ, ରାୟଗଡ଼ା, ମାଲକାନଗିରି, ଗଜପତି ଏବଂ ଗଞ୍ଜାମର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ୯-୧୦ ମେରେ କୋରାପୁଟ, ରାୟଗଡ଼ା, ମାଲକାନଗିରି, ଗଜପତି ଏବଂ ଗଞ୍ଜାମର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ହାଲୁକା ବର୍ଷା ହୋଇପାରେ।
Comments are closed.