ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ।
ତେବେ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାନଯାଉ। ପଶ୍ଚିମବଙ୍ଗ ସରକାର ‘ଧାମ’ ଶଦ୍ଦ ବ୍ୟବହାରରୁ ଦୂରରେ ରୁହନ୍ତୁ।
ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖନ୍ତୁ । ପୁରୀରେ ଥିବା ‘ଜଗନ୍ନାଥ ଧାମ’ ପବିତ୍ର ସ୍ଥାନ ଏବଂ ସ୍ବତନ୍ତ୍ର । ଅନ୍ୟ କୌଣସି ଠାରେ ‘ଜଗନ୍ନାଥ ଧାମ’ ବ୍ୟବହାର ଲୋକଙ୍କୁ ଆଘାତ ଦେଇଛି । କୋଟିକୋଟି ଭକ୍ତ, ତୀର୍ଥଯାତ୍ରୀଙ୍କ ଭାବାବେଗକୁ କୁଠାରଘାତ କରିଛି । ଦୀଘା ମନ୍ଦିରକୁ ଧାମ କୁହାଯିବା ଏବଂ ପ୍ରଚାରରେ ବ୍ୟବହାର ଦ୍ବନ୍ଦ୍ବ ସୃଷ୍ଟି କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସେହିପରି ଦୀଘାରେ ଜଗନ୍ନାଥ ଧାମ ବିବାଦ ନେଇ ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ଏହି ପ୍ରସଙ୍ଗକୁ ଗୁରୁତ୍ବପୂର୍ଣ୍ଣ ମନେ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।
Comments are closed.