Latest Odisha News

କାଲିଠୁ କଲବଲ କରିବ ତାତି, ହିଟୱେଭ ଆଲର୍ଟ ଜାରି

ଭୁବନେଶ୍ୱର: ମେ ୮ରୁ ୧୩ ପର୍ଯ୍ୟନ୍ତ ଓଡ଼ିଶାରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି।

ମେ ୭ରେ ଅପରାହ୍ନ/ସନ୍ଧ୍ୟା ସମୟରେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ଜାରି ରହିପାରେ। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ ଏବଂ ଢେଙ୍କାନାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ।

ସେହିପରି ମେ ୯ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ ଯାଜପୁର ଜିଲ୍ଲାରେ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେବ।

ତେବେ ଆସନ୍ତା ୫ ଦିନ ପାଇଁ ଗ୍ରୀଷ୍ମ ପ୍ରବାହ ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ଫଳରେ ସାରା ରାଜ୍ୟରେ ଦିନର ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇପାରେ। ଅପରପକ୍ଷରେ ମେ ମାସରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ଗରମ ଦିନ ରହିବ ବୋଲି ଆଇଏମଡି ପୂର୍ବାନୁମାନ କରିଛି।

Comments are closed.