ଭୁବନେଶ୍ୱର: ଦେଶରେ ଯୁଦ୍ଧ ଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତିରକ୍ଷା ପ୍ରତିଷ୍ଠାନଗୁଡ଼ିକର ସୁରକ୍ଷା ନେଇ ଏବେ କଡା ପଦକ୍ଷେପ ନିଆଯାଉଛି। ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯାଇଛି। ସ୍ଥଳପଥ, ଆକାଶପଥ ପରେ ଏବେ ଜଳପଥରେ ବି ହାଇଆଲର୍ଟ ଜାରି ହୋଇଛି।
ଭାରତର ଅପରେସନ୍ ସିନ୍ଦୂର ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ସାମରିକ ପ୍ରତିଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛି। ଏହି କାରଣରୁ କେବଳ ସ୍ଥଳପଥ ନୁହେଁ, ଜଳପଥରେ ମଧ୍ୟ ହାଇଆଲର୍ଟ ଜାରି ହୋଇଛି । ପୋଲିସ ଫୋର୍ସ ସହିତ ନୌସନା ଅଧିକାରୀ ଓ ମତ୍ସ୍ୟ ବିଭାଗ, ଗୁଇନ୍ଦା ବିଭାଗ କଡ଼ାକଡ଼ି ଯାଞ୍ଚ କରିବା ସହିତ ସମୁଦ୍ର ମଝିରେ ଆଇଲାଣ୍ଡରେ କଡା ଚେକିଂ କରାଯାଉଛି।
ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ସୁରକ୍ଷା କର୍ମୀମାନେ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ ମଧ୍ୟ କଡ଼ାକଡ଼ି ଭାବେ ଯାଞ୍ଚ କରୁଛନ୍ତି।
Comments are closed.