Latest Odisha News

BREAKING NEWS

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଏନ.ଏସି.ର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଶୁକ୍ରବାର ଦିନ ତାଙ୍କ ଘରେ ଚଢାଉ କରିଛି ।

ମିଳିଥିବା ସୂଚନା ଅନୁଯାୟୀ ଆର‌୍ୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଆଣ୍ଟି-କରପର୍ସନ ଅଧିକାରୀମାନେ ବିଭିନ୍ନ ସ୍ଥାନରେ ଚଢାଉ କରିଛନ୍ତି । ଏପରିକି ସମ୍ପୃକ୍ତ ସହକାରୀ ଯନ୍ତ୍ରୀଙ୍କ ଘୋଷାସ୍ଥିତ ବାସଭବନ, କୁଚିଣ୍ଡାସ୍ଥିତ ବାସଭବନ ଓ ଶ୍ୱଶୁର ଘର ସମେତ କାର୍ଯ୍ୟାଳୟରେ ମଧ୍ୟ ଚଢାଉ କରିଛି ।

ତେବେ ଶେଷ ରିପୋର୍ଟ ଲେଖାଯିବା ବେଳକୁ ଏହି ଚଢାଉ କାର୍ଯ୍ୟ ଜାରି ରହିଛି ।

Leave A Reply

Your email address will not be published.