Latest Odisha News

BREAKING NEWS

ଖୁବ୍ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ସମସ୍ତ ପ୍ରକ୍ରିୟା କରାଯାଉଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା ରହିଥିଲା।

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ।

ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଥିଲେ। ତେବେ ଆସନ୍ତା କିଛି ଦିନ ମଧ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା।

 

Comments are closed.